ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସଂଧ୍ୟା ୫ଟା ରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୁଚନା ଦିଆଯାଇଛି ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ଅଟେ। ଅପରାହ୍ନ ୫ଟା ରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ତେଣୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।  ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।

Leave A Reply

Your email address will not be published.