ଆଜି ଶ୍ରୀମନ୍ଦିରରେ ବଳିବାମନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବଳିବାମନ ବେଶ । ମଙ୍ଗଳବାର ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସଂପର୍ଣ୍ଣ । ଏହାପରେ ବୁଧବାର ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ବିରାଜମାନ କରିବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ ।

ଆଜି ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର  ବାମନ ବେଶ ଅନୁଷ୍ଠିତ ହେବ  । ମହାପ୍ରଭୁଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ କରାଯିବ  । ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ରହିବ । ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ । ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହୋଇଆସୁଛି ।

Leave A Reply

Your email address will not be published.