ଆଜି କାଳ ବୈଶାଖୀ ପାଇଁ ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି । ଦିନରେ ତାତି ସହିତ ଅପରାହ୍ନରେ ତାଣ୍ଡବ ରଚୁଛି କାଳବୈଶାଖୀ । ପଶ୍ଚିମରେ ପ୍ରବଳ ଖରା ହେଉଥିବାବେଳେ ଉପକୂଳକୁ ଅସ୍ତବ୍ୟସ୍ତ କରୁଛି ଗୁଳୁଗୁଳି ।

ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ ।ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାକୁ କାଳବୈଶାଖୀ ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ । କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଗଞ୍ଜାମ ଓ ଗଜପତିକୁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ସେହିପରି ଆସନ୍ତାକାଲି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ । ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୪ ତାରିଖରେ ୧୫ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଚାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ପଶ୍ଚିମ ଓଡ଼ିଶାକୁ ତାତିରୁ ମିଳିବନି ତ୍ରାହି । ବିଭିନ୍ନ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.