ଆସନ୍ତାକାଲି ବନକଲାଗି ନୀତି

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ବିତୀୟ ଭୋଗମଣ୍ତପ ନୀତି ସରିବା ପରେ ବନକଲାଗି କରାଯିବ ।

ଦତ୍ତ ମହାପାତ୍ର ସେବକ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ। ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି, ପାଳିଆ ପୂଜାପଣ୍ତା ସେବକମାନେ ମଧ୍ୟ ଏହି ନୀତି ସମ୍ପାଦନରେ ଯୋଗଦେବେ। ମହାପ୍ରଭୁଙ୍କ ଏହି ସ୍ବତନ୍ତ୍ର ନୀତି ପାଇଁ ଆସନ୍ତାକାଲି ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ଯରେ ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯିବ । ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତି ମାସରେ ଦୁଇ ଥର ଶ୍ରୀଜୀଉଙ୍କ ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ହୋଇଥାଏ । ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା ବନକଲାଗି ନୀତି କରାଯାଇଥାଏ ।

ଦି’ପ୍ରହର ଧୂପ ଶେଷ ହେବା ପରେ ଶ୍ରୀମନ୍ଦିର ସମସ୍ତ ଦ୍ବାର ବନ୍ଦ କରାଯାଇ ଏହି ନୀତି ସମାପନ କରାଯାଇଥାଏ । ଦତ୍ତ ମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖ ସିଂହାର କରିଥାଆନ୍ତି । ଏହି ଗୁପ୍ତନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ତିନି ଦାରୁମୂର୍ତ୍ତିଙ୍କ ମୁଖ ମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ ।

Leave A Reply

Your email address will not be published.