ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର ହେବାକୁ ଯାଛି। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ଏହି କଟକଣା ୯.୧୦.୨୦୨୪ଠାରୁ ଆରମ୍ଭ ହୋଇ ୧୩.୧୦.୨୦୨୪ ପର୍ଯ୍ୟନ୍ତ ଲାଗୁ ହେବ। ସେହିପରି ଭୁବନେଶ୍ବରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ। ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ ପୋଲିସ।

କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ। ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।

କଟକରେ ମଧ୍ୟ ବିଭିନ ରାସ୍ତା ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ ପୋଲିସ। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା।

Leave A Reply

Your email address will not be published.