ଆଇଏଏସ୍‌ ସ୍ତରରେ ଅଦଳବଦଳ: ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ହେଲେ ସରୋଜ କୁମାର ସାମଲ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ମଙ୍ଗଳବାର ଆଇଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍‌ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି। ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥି ସହିତ ଶ୍ରୀ ତ୍ରିପାଠୀଙ୍କ ହାତରେ ଏସ୍‌ସିଏସ୍‌ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ। ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାକାର ୨୦୧୨ କ୍ୟାଡର ଆଇଏଏସ୍‌ ଅଧିକାରୀ ସରୋଜ କୁମାର ସାମଲଙ୍କୁ ଗତ ୬ ତାରିଖ ଦିନ ବଦଳି ହୋଇଥିଲା। ଶ୍ରୀ ସାମଲଙ୍କ ସ୍ଥାନରେ ସୋନପୁରର ପୂର୍ବତନ ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଦାୟିତ୍ବ ମିଳିଥିଲା।

ସୂଚନାଯୋଗ୍ୟ, ମାର୍ଚ ମାସରେ ମଧ୍ୟ ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଥିଲା । ବଦଳିଥିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିକୁଞ୍ଜବିହାରୀ ଧଳ ହୋଇଥିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୧୯୯୩ ବ୍ୟାଚ IAS ଅଫିସର ନିକୁଞ୍ଜବିହାରୀ ଧଳ । ସେହିଭଳି ବର୍ତ୍ତମାନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଥିବା ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଅବକାରୀ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ଲୋହାନୀ । ସେହିଭଳି ସତ୍ୟବ୍ରତ ସାହୁଙ୍କୁ SRC ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ସତ୍ୟବ୍ରତ ସାହୁ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ACS ଭାବେ ସତ୍ୟବ୍ରତ ସାହୁଙ୍କୁ ଅତିରିକ୍ତ ଦାୟିତ୍ୱ । ସେହିଭଳି ସଂଜୟ ସିଂଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଅଛନ୍ତି ସଂଜୟ ସିଂ । OSDMAର MD ଦାୟିତ୍ୱରେ ଜ୍ଞାନରଂଜନ ଦାସଙ୍କୁ ଦାୟିତ୍ବ ମିଳିଛି । OSDMAର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନରଂଜନ ଦାସ ।

Leave A Reply

Your email address will not be published.