ଝାରସୁଗୁଡାରେ ଟ୍ରିପଲ ମର୍ଡର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):   ଝାରସୁଗୁଡାରେ ଟ୍ରିପଲ ମର୍ଡର। ଲଖନପୁର ଥାନା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିକଟସ୍ଥ ବାଣ୍ଡିପାହାଡ଼ ମିନି ଷ୍ଟାଡିୟମ ଭିତରୁ ଏକ କାରରୁ ପୁଲିସ୍ ଗୋଟିଏ ପରିବାରର ବାପା , ମାଆ ଏବଂ ଝିଅର ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସବୁ ରାୟ ଓ  ଝିଅ ଅର୍ପିତା ରାୟ। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି। ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା।

କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ସହ ପୋଲିସ ତଦନ୍ତ ଆରମ୍ଭ କରିଛି। ସ୍ତ୍ରୀ ଓ ଝିଅକୁ ଗୁଳି କରିବା ପରେ ନିଜକୁ ଗୁଳି କରି ସ୍ୱାମୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ୍ୟୁର କାରଣ ଏବେବି ଅସ୍ପଷ୍ଟ ରହିଛି।

କିନ୍ତୁ ମୃତକ ସୁଜିତ ରାୟ ନିଜ ସ୍ତ୍ରୀ ଖୁସବୁ ରାୟ ଓ ଝିଅ ଅର୍ପିତାଙ୍କୁ ମୁଣ୍ତରେ ଗୁଳି କରି ପରେ ନିଜକୁ ବି ଗୁଳି କରିଥିବା କୁହାଯାଉଛି। ମୃତଦେହ ମିଳିଥିବା କାର୍‌ରେ ଗୁଳି ଦାଗ ବି ରହିଛି। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ପୋଲିସ ଅଭିଯୁକ୍ତ ସ୍ତ୍ରୀ-ଝିଅଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଥିବା ସନ୍ଦେହ କରୁଛି। କାର୍‌ ଭିତରେ ଏକେ ବନ୍ଧୁକ ଜବତ କରିଛି ପୋଲିସ। ସାଇଣ୍ଟିଫିକ୍‌ ଟିମ୍‌ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି।

Leave A Reply

Your email address will not be published.