ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଓ ଆସନ୍ତାକାଲି ପାଇଁ ହିଟ୍‌‌ୱେବ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳୁ ସକାଳୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ସାଡେ ୮ଟା ସୁଦ୍ଧା ୩୫ଡିଗ୍ରୀ ଟପିଛି ତାପମାତ୍ରା। ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ମିଳିବନି ତ୍ରାହି। ତାତି ସହ ଏଣିକି ବଢିବ ଗୁଳୁଗୁଳି। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୨୪ଟି ଜିଲ୍ଲାକୁ ହିଟୱୋଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

ଗତକାଲି ୪୩.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା। ସେହିପରି ନୂଆପଡ଼ା ୪୩, ପାରଳାଖେମୁଣ୍ଡି ଓ ବୌଦ୍ଧ ୪୨.୮ ଡିଗ୍ରୀ ଅନୁଗୁଳ ଓ ନୟାଗଡ଼ ୪୨.୭, ବାରିପଦା ୪୨.୬ ଏବଂ ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଗୁରୁବାରଠାରୁ ଆସନ୍ତା ରବିବାର ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ, ନୂଆପଡା ଓ ଗଜପତି ।

ଏହି ୪ ଜିଲ୍ଲାକୁ ସିଭିୟର ହିଟ ୱେଭ ପାଇଁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ତେବେ ୨୦ ତାରିଖରୁ ୨୩ ତାରିଖ ମଧ୍ୟରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

Leave A Reply

Your email address will not be published.