ଅସହ୍ୟ ଗରମ, ଦିନ ୨ଟା ୩୦ ମିନିଟ ସୁଦ୍ଧା କେଉଁଠି କେତେ ତାପମାତ୍ରା ଜାଣନ୍ତୁ?

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) :  ତତଲା ତାୱାରେ ଭାଜି ହେଉଛି ଓଡିଶା । ଗରମରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟରେ ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି। ପାଣିପାଗ ବିଭାଗ ପୂର୍ବାନୁମାନ ନୁସାରେ, ୧୯ ତାରିଖ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁରର ତାପମାତ୍ରା ୪୫.୪ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଝାରସୁଗୁଡାର ତାପମାତ୍ରା ୪୪.୪ ଡ଼ିଗ୍ରୀ ରହିଛି।

ହୀରାକୁଦରେ ୪୪.୨ ଡ଼ିଗ୍ରୀ ରହିିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଥିବାବେଳେ କେନ୍ଦୁଝରରେ ୩୯ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୮ ଡ଼ିଗ୍ରୀ, ବାଲେଶ୍ୱରରେ ୩୪ ଡ଼ିଗ୍ରୀ, ଗୋପାଳପୁରରେ ୩୩.୮ ଡ଼ିଗ୍ରୀ , ପୁରୀରେ ୩୩.୬ ଡ଼ିଗ୍ରୀ ଓ ପାରାଦୀପରେ ୩୩.୪ ଡ଼ିଗ୍ରୀ ସେସସିୟସ ତାପମାତ୍ରା ରେକର୍ଡ ହୋଇଛି।

Leave A Reply

Your email address will not be published.