ଦୁଇ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ନିର୍ମଳା ସୀତାରମଣ, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

0

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚି ବିଜେପିର ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ସାମିଲ ହେବେ। ଏହାସହ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାସହିତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ ଆସନ୍ତାକାଲି ସେ ପୁରୀ ଯାଇ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦର୍ଶନ କରିବେ। ଏହାପରେ ପେଣ୍ଠକଟା ନିକଟରେ ମୋ ମାଟି ମୋ ଦେଶ ଅଭିଯାନ ଅନ୍ତର୍ଗତ ବୃକ୍ଷରୋପଣ କାର୍ୟ୍ୟକ୍ରମରେ ସାମିଲ ହେବେ।

ସେଠାରୁ ବୀରହରେକୃଷ୍ଣପୁର ସ୍ଥିତ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ଏହାପରେ ପୁଣି ଭୁବନେଶ୍ୱର ଫେରି ଅନ୍ୟ କିଛି କାର୍ୟ୍ୟକ୍ରମରେ ଯୋଗ ଦେବା ପରେ ଦିଲ୍ଲୀ ଫେରିଯିବେ ନିର୍ମଳା।

ମିଳିଥିବା ସୂଚନା ଅନୁସାରେ, ବରିଷ୍ଠ ବିଜେପି ନେତ୍ରୀ ତଥା କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ଗୁରୁବାର ଅପରାହ୍ନରେ ଭୁବନେଶ୍ୱରଠାରେ କୁଇ ଓ ଦେଶୀୟ ଭାଷା ଉପରେ ଆଧାରିତ ଏକ ପୁସ୍ତକ ଉନ୍ମୋଚନ କରିବେ ଓ ପ୍ରାୟ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହଠାରେ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ । ଗୁରୁବାର ରାତିରେ ଶ୍ରୀମତୀ ସୀତାରମଣ ନୂଆଦିଲ୍ଲୀ ଫେରିଯିବାର କାର୍ୟ୍ୟକ୍ରମ ରହିଛି । ଅର୍ଥମନ୍ତ୍ରୀଙ୍କ ଗସ୍ତ ପାଇଁ ବିଜେପି ଶିବିର ଚଳଚଂଚଳ ରହିଛି ।

Leave A Reply

Your email address will not be published.