ପୁଣି ଭାରତ ଛାଡ଼ ଆନ୍ଦୋଳନର ଡାକରା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଭାରତ ଛାଡ଼ ଆନ୍ଦୋଳନ ଡାକରାକୁ ପୁରିଛି ୮୧ ବର୍ଷ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଦେଶରେ ଭ୍ରଷ୍ଟାଚାର, ବଂଶବାଦ ଏବଂ ତୁଷ୍ଟିକରଣ ମନୋବୃତ୍ତି ଆଧାରିତ ରାଜନୀତି ବିରୋଧରେ ଭାରତ ଛାଡ ଆନ୍ଦୋଳନ କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି ।

ଗାଁ, ପଞ୍ଚାୟତ, ବ୍ଲକ, ଜିଲ୍ଲା, ରାଜ୍ୟ ଏବଂ ସର୍ବଭାରତୀୟ ସ୍ତରରେ ଏହି ଆନ୍ଦୋଳନକୁ ଜନଆନ୍ଦୋଳନର ରୂପ ଦେବା ପାଇଁ ଅପିଲ୍ କରିଛନ୍ତି ଧର୍ମେନ୍ଦ୍ର । ଏହି ଭିଡିଓ ବାର୍ତ୍ତାରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ୧୯୪୨ ମସିହା ଅଗଷ୍ଟ ୯ ତାରିଖରେ ଅଂହିସାର ପୂଜାରୀ ପୂଜ୍ୟ ବାପୁ ଇଂରେଜ ଶାସକଙ୍କ ବିରୋଧରେ ‘ଭାରତ ଛାଡ’ ଆନ୍ଦୋଳନ ଡାକରା ଦେଇଥିଲେ । ଗାନ୍ଧିଜୀଙ୍କ ଏହି ପ୍ରେରଣାଦାୟୀ ଡାକରା ବ୍ରିଟିଶ ସରକାରଙ୍କୁ ଭୟଭୀତ କରାଇ ଦେଇଥିଲା ଏବଂ ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ଏକ ନିର୍ଣ୍ଣାୟକ ମୋଡ ଦେଇଥିଲା ।

 

Leave A Reply

Your email address will not be published.