ରାଜ୍ୟରେ ଉପରମୁହାଁ ପାରଦ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଉପରମୁହାଁ ପାରଦ । ଚଳିତବର୍ଷ ପ୍ରଥମ ଥର ପାଇଁ ଆଜି ରାଜ୍ୟର ୧୯ ସହରର ଦିନ ତାପମାତ୍ରା ୩୬ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରହିଛି।  ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ରାଜ୍ୟର କିଛି ସ୍ଥାନରେ ୩୭ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁପାରେ ।

ବିଶେଷ କରି ଟୁଇନ୍ ସିଟି କଟକ ଭୁବନେଶ୍ୱର ସମେତ କିଛି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୧୪ ତାରିଖରୁ ପରବର୍ତ୍ତୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୧ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ଟିଟିଲାଗଡ଼ ଓ ବୌଦ୍ଧରେ ୩୮, ଭବାନୀପାଟଣାରେ ୩୭.୮, ନୟାଗଡ଼ରେ ୩୭.୫, ତାଳଚେରରେ ୩୭.୪, ଢେଙ୍କାନାଳ, ମାଲକାନଗିରି ଓ ଭୁବନେଶ୍ବରରେ ୩୭ ଡିଗ୍ରି ରହିଥିଲା। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଏଭଳି ପାଗ ଲାଗିରହିବ।

ପଶ୍ଚିମ ଓ ଦକ୍ଷିଣ ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ତାପମାତ୍ରା ଆହୁରି ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇ ୪୦ ଡିଗ୍ରି ଟପିଯିବାର ସମ୍ଭାବନା ରହିଛି। ୧୫ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତକାଲି ରାଜଧାନୀ ତାପମାତ୍ରା ୩୫ ଉପରେ ରହିଥିଲା । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିଛି । ଦିନ ବେଳା ପ୍ରବଳ ଖରା ସାଙ୍ଗକୁ ତାତି ଅନୁଭୂତ ହେଉଛି । ମାର୍ଚ୍ଚ ମାସରୁ ଏପରି ଖରା ପରିବେଶବିତଙ୍କର ଚିନ୍ତା ବଢ଼ାଇ ଦେଇଛି । ଏବେଠୁ ତାତି ଜନଜୀବନକୁ କଲବଲ କଲାଣି । ଆଗକୁ ଅବସ୍ଥା ସାଙ୍ଘାତିକ ହେବ ବୋଲି ପାଣିପାଗ ବିଭାଗ ଆଶଙ୍କା ପ୍ରକାଶ କରିଛି ।

Leave A Reply

Your email address will not be published.