ଡିସେମ୍ବର ୨୩ରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ: ୧୬୩ ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ୯୯ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ୨୦୨୧-୨୨ ପାଇଁ ପ୍ରଦାନ କରାଯିବ ୧୬୩ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ୨୩ ଡିସେମ୍ବର ୨୦୨୨ରେ ଅନୁଷ୍ଠିତ ହେବ । ଏହି ସମାବର୍ତ୍ତନ ଉତ୍ସବରେ ୨୦୨୧-୨୨ ପାଇଁ ମୋଟ ୧୬୩ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ୯୯ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ । ସେହିପରି ଡିଏସି ଏବଂ ଡିଲିଟ ଡିଗ୍ରୀ ଜଣଙ୍କୁ ଲେଖାଏଁ ପ୍ରଦାନ କରାଯିବ । ଏହାସହିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ଅର୍ଥରାଶୀ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ।

୨୩ ଡିସେମ୍ବର ୨୦୨୨ରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି.ଗୋପାଲ ଗୌଡ଼ା ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବା ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି । ଉଚ୍ଚ ଶିକ୍ଷା ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସମ୍ମାନୀତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୫୨ତମ ସମାବର୍ତ୍ତନ ଉତ୍ସବରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ସମାର୍ବତ୍ତନ ରେ ବିଶିଷ୍ଟ ଶିକ୍ଷାବିତ୍ ଡାକ୍ତର ଅଚ୍ୟୁତ ସାମନ୍ତ ଓ ବିଶିଷ୍ଟ ବୈଜ୍ଞାନିକ ଡ ଟେସି ଥୋମା ଙ୍କୁ କ୍ଟେରେଟ୍ ଡିଗ୍ରୀ ପ୍ରଦାନ କରାଯିବ ।

Leave A Reply

Your email address will not be published.