ସମ୍ବଲପୁର ଗସ୍ତରେ ଆସି ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନ।ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ଏହି ପ୍ରକଳ୍ପର ସମୀକ୍ଷା କରାଯାଇଛି। ଆଜି ଏହି ଉଚ୍ଚ ସଚିବ ସ୍ତରୀୟ ଟିମରେ ୱାର୍କସ ବିଭାଗର ପ୍ରମୁଖ ସଚିବ ଭି. ଭି ଯାଦବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲକ୍ରିଷ୍ଣା ସମ୍ବଲପୁର ଆସିଥିଲ। ଏହି ଉଚ୍ଚ ସଚିବ ସ୍ତରୀୟ ଟିମ ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଇଙ୍କ ଦର୍ଶନ ସହିତ ପ୍ରକଳ୍ପପାଇଁ ବିସ୍ତାପିତ ହେବାକୁ ଥିବା ଅଞ୍ଚଳକୁ ନିରୀକ୍ଷଣ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତରଣ କରି ଦୁର୍ଗାପାଲି ଠାରେ ନିର୍ମାଣଧୀନ କଲୋନୀକୁ ଅବସ୍ଥାପିତ କରାଯିବ ବୋଲି ସୂଚନା ରହିଛି। ସେଠାରେ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗେଇ ଦିଆଯିବ। ଏହି ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଜିଲ୍ଲା ଓଡିଶା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଅର୍ଥନୀତି କ୍ଷେତ୍ରରେ ସୁଦୃଢ ହେବ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ। ମନ୍ଦିର ପାରିପାର୍ଶ ବୁଲିବା ପରେ ଟିମ ଦୁର୍ଗାପାଲି ଗସ୍ତ କରି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେଉଥିବା ବାସିନ୍ଦାଙ୍କ ପାଇଁ ନିର୍ମାଣ କରାଯାଉଥିବା କଲୋନୀ ବୁଲି ଦେଖିଛନ୍ତି। ଏବଂ କାମ ଗୁଡିକ ତୁରନ୍ତ ସାରିବା ସହ ଅନ୍ୟାନ୍ୟ ବ୍ୟବସ୍ଥା ଯଥାଶୀଘ୍ର ସାରିବାକୁ ନିର୍ଦ୍ଧେଶ ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ ନିର୍ମାଣ ସ୍ଥଳୀରେ ବିସ୍ଥାପନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସାରିଛି ଏବଂ ଏପ୍ରିଲ ପ୍ରଥମ ସପ୍ତାହରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ। ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରାଯିବା ଲକ୍ଷ୍ୟ ରଖାଯାଇଛି।