ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ

0

ଓଡ଼ିଆ ନ୍ୟୁଜ୍: ଆଜି ମାଘମାସ ଶୁକ୍ଳ ପଞ୍ଚମୀ। ଦେବୀ ସରସ୍ବତୀଙ୍କ ଆବାହନର ଦିନ। ଏଥିପାଇଁ ଚଳଚଞ୍ଚଳ ପୁରପଲ୍ଲୀଠୁ ସହର। ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ ।

ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି। ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ମା’ଙ୍କୁ ପୂଜାର୍ଚ୍ଚନା କରୁଛନ୍ତି। ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ଅନୁଷ୍ଠିତ ହେବ।

Leave A Reply

Your email address will not be published.