ଆନ୍ଧ୍ର ଦଳାଚକଟାରେ ଓଡ଼ିଆ ଯୁବତୀ ମୃତ

0

ଓଡ଼ିଆ ନ୍ୟୁଜ୍: ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଦଳାଚକଟାରେ ଓଡ଼ିଆ ଯୁବତୀ ମୃତ। ମୃତକ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‌ ଗୁଡ଼ିପଦର ବ୍ଲକ୍‌ର ସୂଚନା। କାଶୀବୁଗା ସ୍ଥିତ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ବୁଲି ଯାଇଥିଲେ ଯୁବତୀ।ଯୁବତୀଙ୍କ ସହ ଯାଇଥିବା ଆଉ ଜଣେ ମହିଳା ଦଳାଚକଟାରେ ଗୁରୁତର।

ସୂଚନାଯୋଗ୍ୟ, ଏକାଦଶୀ ଉପଲକ୍ଷେ ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଥିଲା। ଏହି ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଆହତଙ୍କୁ ତ୍ଵରିତ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Leave A Reply

Your email address will not be published.