ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ସମ୍ବଲପୁର ଓ ପୁରୀରୁ ପ୍ରାର୍ଥୀ ଘୋଷଣା ହେବା ପରେ ମହାପ୍ରଭୁଙ୍କ ଶରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର । ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦୁଇ ନେତା ସକାଳୁ ସକାଳୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି |
ତେବେ ସୂଚନା ଅନୁସାରେ, ଗତକାଲି (ରବିବାର) ରାତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରେ ପହଞ୍ଚି ଏକ ହୋଟେଲରେ ରହିଥିଲେ । ଆଜି ଭୋର ସମୟରେ ଶ୍ରୀମନ୍ଦିର ଆସି ମଙ୍ଗଳ ଆଳତୀ ଦର୍ଶନ କରିଥିଲେ । ପରେ ସେ ଓ ତାଙ୍କ ପତ୍ନୀ ଏବଂ ସମ୍ବିତ ପାତ୍ର ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ସିଂହଦ୍ଵାର ନିକଟରେ କେନ୍ଦ୍ରମନ୍ତ୍ରୀ ପହଞ୍ଚିବା ପରେ ପୁରୀ ଜିଲ୍ଲା ବିଜେପିର ନେତା, କର୍ମୀ ସ୍ଵାଗତ କରିଥଲେ । ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମହାପ୍ରଭୁ ଖଣ୍ଡୁଆ ଦେଇ ସ୍ଵାଗତ କରିଥଲେ ।
ଲୋକସଭା ସାଂସଦ ପ୍ରାର୍ଥୀ ଘୋଷଣା ପର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏଥିସହ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନର କଥା କହିବା ସହ ରାଜ୍ୟ ସରକାରର ନବକଳେବର ହେବ ବୋଲି କହିଛନ୍ତି ଏବଂ ମହାପ୍ରଭୁଙ୍କ ଆର୍ଶୀବାଦ ନେଇ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ ଓ ସମ୍ବିତ ପାତ୍ର। ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ସେବାୟତ ଓ ବିଜେପି ନେତା ଓ କର୍ମୀଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ କରାଗଲା। ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ।