ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପୂର୍ବତନ ମୁଖ୍ୟଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି |ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ ଚାଲିଛି। ତାରା ପ୍ରସାଦଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।
ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରି କସମୋପଲିସରେ ଥିବା ଫ୍ଲାଟ୍, ଝାରସୁଗୁଡ଼ା ଆସିଆନା ଆପାର୍ଟମେଣ୍ଟରେ ଥିବା ୩ଟି ଫ୍ଲାଟ୍, କଟକ ଆଠଗଡ଼ରେ ଥିବା ପୈତୃକ ଘର ଓ ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ ଘରେ ଚଢାଉ କରାଯାଇଛି। ଚଢ଼ାଉ ବେଳେ ଭୁବନେଶ୍ୱର ଆପାର୍ଟମେଣ୍ଟରୁ ପୁଳାପୁଳା ସୁନା ଓ ହୀରା ଗହଣା ଜବତ କରିଛି ଭିଜିଲାନ୍ସ। ସୂଚନା ଅନୁଯାୟୀ, କଟକ ଜିଲ୍ଲା ତିଗିରିଆରେ ଥିବା ପୈତୃକ ଘର, ରାଜଧାନୀ ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍, ଖଣ୍ଡଗିରିର ଏକ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍ ଏବଂ ଝାରସୁଗୁଡ଼ାର ଆଶିଆନା ଆପାର୍ଟମେଣ୍ଟରେ ଥିବା ତିନିଟି ଫ୍ଲାଟରେ ଚଢଉ କରୁଛି ଭିଜିଲାନ୍ସ ଟିମ୍।
ଆଜି ଭୋର ୪ଟା ବେଳୁ ଭିଜିଲାନ୍ସ ପକ୍ଷରୁ ଚଢଉ ଆରମ୍ଭ ହୋଇଥିଲା। ଏହି ଚଢ଼ାଉରେ ୧୨ ଡିଏସପିଙ୍କ ନେତୃତ୍ୱରେ ୧୨ ଇନ୍ସପେକ୍ଟର,୧୬ ଜଣ ଏଏସ୍ଆଇଙ୍କ ସହ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।