ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଏସଆରଟିସି (OSRTC) ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି) ମୁଖ୍ୟ ହିସାବ ଅଧିକାରୀ(ସିଏଓ) ବିଜୟ ମଙ୍ଗରାଜ। ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ରେଡ୍‌।

ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚାଲିଛି ଚଢ଼ାଉ। ସୂଚନା ଅନୁଯାୟୀ, ବିଜୟଙ୍କ ଭୁବନେଶ୍ୱରରେ ଥିବା କାର୍ଯ୍ୟାଳୟ, ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି। ତାଙ୍କର ପଳାଶୁଣୀ ଘରଟି ଭଡ଼ାରେ ଲାଗିଥିବା ପ୍ରାଥମିକ ସୂଚନା ରହିଛି।

ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। ବିଜୟ ମଙ୍ଗରାଜଙ୍କ ବିରୋଧରେ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଥିବା ଜଣାଯାଇଛି। ଏହି ଚଢ଼ାଉରେ ୮ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଓ ୯ ଜଣ ଏସଏଆଇ ସହ ଅନ୍ୟାନ୍ୟ ଷ୍ଟାପ୍ ସାମିଲ ହୋଇଛନ୍ତି।

Comments are closed.