ଭିଜିଲାନ୍ସ ଜାଲରେ ସରକାରୀ ବାବୁ

0

ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଯାଜପୁର ଜିଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ କିରାଣି ହେମନ୍ତ କୁମାର ପେରେଇ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଛି ଭିଜିଲାନ୍ସ ଟିମ୍‌।ସୂଚନା ମୁତାବକ କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣି ପେରେଇ। ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହୋଇଥିଲେ।

ତେବେ କାର୍ଯ୍ୟ କରାଇ ଦେବାକୁ କହି କିରାଣି ପେରେଇ ଲକ୍ଷ୍ମୀଧରଙ୍କୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି କହିଥିଲେ ବି ସଂପୃକ୍ତ କିରାଣି କିଛି ଶୁଣି ନ ଥିଲେ। ଶେଷରେ ସବୁ ପ୍ରକାର ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ଆଜି କାର୍ଯ୍ୟାଳୟରେ ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀମାନେ ମାଡ଼ିବସିଥିଲେ।

Leave A Reply

Your email address will not be published.