ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ବର୍ଷା ସିଂହ ବରିହା ହେଲେ ପ୍ରାର୍ଥୀ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ବର୍ଷା ସିଂହ ବରିହାଙ୍କୁ ବିଜେଡି ପ୍ରାର୍ଥୀ କରିଛି । ସ୍ବର୍ଗତ ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ହେଉଛନ୍ତି ବର୍ଷା ।ବିଜୟ ରଞ୍ଜନଙ୍କ ମୃତ୍ଯୁ ପରେ ଉପନିର୍ବାଚନ ହେଉଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବର୍ଷା ସିଂହ ବରିହାଙ୍କ ନାଁ ଉପରେ ମୋହର ମାରିଛନ୍ତି ।
ସୂଚନାଯୋଗ୍ୟ, ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନରୁ ୨୦୧୯ ରେ ଜିତିଥିବା ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡିଥିଛି ଏହି ଆସନ । ଏହି ଆସନରେ ଉପନିର୍ବାଚନ ଲାଗି କିଛି ଦିନ ତଳେ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର ।ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ମତଦାନ ଏବଂ ୮ତାରିଖରେ ଭୋଟ ଗଣତି ହେବ । ଚଳିତମାସ ୧୭ ତାରିଖ ଯାଏଁ ଚାଲିବ ନୋମିନେସନ୍ । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ।ଏହାପରେ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ ।