ସମଲେଶ୍ୱରୀଙ୍କ ଦର୍ଶନ କଲେ ଭିକେ ପାଣ୍ଡିଆନ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ମାଆ ସମଲେଶ୍ଵରୀଙ୍କ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତାମାସ ସୁଦ୍ଧା ମନ୍ଦିରର ରୂପାନ୍ତରଣ ସାରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖି ଥିବାବେଳେ ଆଜି ସକାଳେ ପୀଠ ପରିସରରେ ପହଞ୍ଚି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି।

ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ସେ ମା’ ସମଲେଇଙ୍କ ପୂଜା ଅର୍ଚ୍ଚନା କରି ଭୋର୍ ୪ ଟା ରୁ ୬ ଟା ପର୍ଯ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମର ଅଗ୍ରଗତି ସମୀକ୍ଷା କରିଥିଲେ। ସମୀକ୍ଷାରେ ଭକ୍ତ ମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀ ମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି ସବୁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ଐତିହ୍ୟ କରିଡ଼ର ଓ ମନ୍ଦିର ଚାରି ପାଖେ ଖଣ୍ଡେଲାଇଟ୍‌‌ ପଥର ବିଛେଇବା କାମକୁ ଶୀଘ୍ର ସାରିବା, ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ବୃକ୍ଷ ଲତାର ବ୍ୟବହାର ଓ ସ୍ଥାନୀୟ ସଂସ୍କୃତିକୁ ଗୁରୁତ୍ଵ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ। ମନ୍ଦିର ଭିତରେ ନିର୍ମାଣ ହେଉଥିବା ବିଭିନ୍ନ କାମ, କ୍ଲକ୍ ଟାୱାର, ଓ ଲାମ୍ପ ରୁମ୍ କାମର ସୋନ୍ଦର୍ଯ୍ୟକରଣ ଉପରେ ଶ୍ରୀ ପଣ୍ଡିଆନ ଗୁରୁତ୍ଵ ଦେଇଥିଲେ।

Leave A Reply

Your email address will not be published.