ଓଡିଆ ନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ ।
VSSUT ରାଜ୍ୟର ଏକ ଅଗ୍ରଣୀ Engineering College ଏବଂ ସାରା ଦେଶରେ ଏହାର ସୁଖ୍ୟାତି ରହିଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା VSSUT ଯାଇ ବିଶ୍ୱବିଦ୍ୟାଳୟର Academic Block ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା Auditorium, ପୁଲହ ଓ ବଶିଷ୍ଠ Hall ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।
ଦେଶରେ Technical Education କ୍ଷେତ୍ରରେ VSSUT ର ଗୁରୁତ୍ୱକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ କ୍ରମେ ଏହାକୁ Engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ master plan ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ । ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ Master Plan ପ୍ରସ୍ତୁତକରାଯିବ । This master plan will be made in such a way to make vssut compete with IITs and other national institutes.