ପ୍ରବଳ ବର୍ଷା ନେଇ ୪ ଜିଲାକୁ ରେଡ ଆଲର୍ଟ

0

ଓଡ଼ିଆ ନ୍ୟୁଜ୍: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି ।ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ସେପଟେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଟୁଇନ୍‌ ସିଟିରେ ବି ପ୍ରବଳ ବର୍ଷା ଜାରି ରହିଛି ।

Leave A Reply

Your email address will not be published.