ଓଡ଼ିଆ ନ୍ୟୁଜ୍: ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ପୂର୍ବନୁମାନ ସାମ୍ନାକୁ ଆସିଛି। ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁ ପାରେ ବୋଲି ପୂର୍ବନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ ରେ କେରଳ ପହଞ୍ଚିପାରେ ବୋଲି ପୂର୍ବନୁମାନ କରାଯାଇଛି। ସାଧାରଣତଃ ମୌସମୀ ଜୁନରେ କେରଳରେ ପହଞ୍ଚିଥାଏ।
କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ । ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚିଥିଲା।