ଓଡ଼ିଆ ନ୍ୟୁଜ୍: ଆସନ୍ତା ତିନି ଦିନ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ରବିବାର ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ପ୍ରଭାବରେ ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରବିବାର ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବାଲେଶ୍ୱର ଓ ଭଦ୍ରକରେ ଅଧିକ ବର୍ଷା ହୋଇପାରେ । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସେହିପରି ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।