ପୁଣି ଆସୁଛି ଯୋଡ଼ା ଲଘୁଚାପ

0

ଓଡ଼ିଆ ନ୍ୟୁଜ୍: ପୁଣି ଏକ ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା।ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ହେବ।ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବ। ବଙ୍ଗୋପସାଗର ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ, ଅନ୍ୟ ଏକ ଲଘୁଚାପ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଗଠନ ହେବାର ଆଶଙ୍କା ରହିଛି।

ଏହି ଲଘୁଚାପ କ୍ଷେତ୍ର ଗୁଡିକ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ଉପକୂଳ ଜିଲାଗୁଡ଼ିକ ଯଥା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ପବନର ବେଗ ୩୦ରୁ ୪୦ କିମି ପ୍ରତି ଘଣ୍ଟା ରହିବ।

Leave A Reply

Your email address will not be published.