୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୬ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଏନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। କାଳବୈଶାଖୀ ଅନେକ ଜିଲାରେ ତାଣ୍ଡବ ରଚିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ଆଜି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଯାଜପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ସହ ପବନର ବେଗ ୫୦ରୁ ୬୦ କିମି, ରହିବ ବୋଲି ଅନୁମାନ କରାଯାଉଛି । ୨୨ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼ ଓ ଢେଙ୍କାନାଳରେ ଘଡ଼ଘଡ଼ି ବର୍ଷା ସହ ପବନ ବହିବ।

କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ଘଡ଼ଘଡ଼ି ବର୍ଷା ସହ ଧୂଳି ଝଡ଼ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.