୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ଓଡିଶାକୁ ବର୍ଷା ଅଲର୍ଟ। ଆସନ୍ତା ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆକଳନ । ଘୂର୍ଣ୍ଣିବଳୟ ପ୍ରଭାବ ଯୋଗୁଁ ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

କନ୍ଧମାଳ, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଅନ୍ୟ ୧୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଅନେକ ସ୍ଥାନରେ ବର୍ଷା ହେବ । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.