ରାଜ୍ୟରେ 28 ଯାଏ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଆଜିଠୁ ୨୮ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷିବ । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କତା ଜାରି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ଆଉ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏକ ଟ୍ରପ୍‌ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ୨ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

Leave A Reply

Your email address will not be published.