ଓଡ଼ିଆ ନ୍ୟୁଜ୍: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ପାଇଁ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏଥିସହ ଉପକୂଳ ଓ ୪ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ବି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।