ଆଜି ପ୍ରବଳ ବାର୍ଷିବ

0

ଓଡ଼ିଆ ନ୍ୟୁଜ୍: ଆଜି ପ୍ରବଳ ବରଷିବ। ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ସୋମବାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପଟେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକର କିଛି ସ୍ଥାନରେ ରାତି ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହ ଝଟ୍‌କା ପବନର ସମ୍ଭାବନା ରହିଛି।

Leave A Reply

Your email address will not be published.