୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

0

ଓଡ଼ିଆ ନ୍ୟୁଜ୍: ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଜିଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଏହି ସବୁ ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ଝଟ୍‌କା ପବନ ବହିବାର ସମ୍ଭାବନା ରହିଛି। ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Leave A Reply

Your email address will not be published.