ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନାଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛ ଯେ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି।
ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ଖବର ଅନୁଯାୟୀ ଯାଜପୁର, ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ଏଲୋ ଆଲର୍ଟ ଜାରି କରାଯାଇଛି। ବ୍ରଜପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।