୨୩ରୁ ଓଡିଶାରେ ବଢ଼ିବ ବର୍ଷା

0

ଓଡ଼ିଆ ନ୍ୟୁଜ୍: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ।  ୨୩ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।  କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ।

Leave A Reply

Your email address will not be published.