କାଲିଠୁ ପ୍ରବଳ ବର୍ଷା!

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Leave A Reply

Your email address will not be published.