ଓଡ଼ିଆ ନ୍ୟୁଜ୍: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଲଘୁଚାପ ଅଧିକ ଘନିଭୂତ ହେବା ପାଇଁ ପାଗ ଅନୁକୂଳ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବୁଧବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବା ବେଳେ ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ସକାଳ ସାଢେ ୮ଟା ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ପାଇଁ ଯାଏଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢିବ ।