ଓଡ଼ିଆ ନ୍ୟୁଜ୍: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ଜାରି ରହିବ ବର୍ଷା । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୩ ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ସେହିଭଳି ବରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ ପବନ ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତା ୨୯ ତାରିଖ ପର୍ୟ୍ୟନ୍ତ ବର୍ଷା କାରଣରୁ ମତ୍ସ୍ୟଜୀବୀମାନଙ୍କ ସମୁଦ୍ର ପ୍ରବେଶ ଉପରେ ମଧ୍ୟ କଟକଣା ଲଗାଯାଇଛି ।ପ୍ରବଳ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢିବାର ଆଶଙ୍କା କରି ସତର୍କ ରହିବାକୁ କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ୪୩ ବ୍ଲକରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଥିବାରୁ ତଳିଆ ଅଞ୍ଚଳବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ।