ଓଡ଼ିଆ ନ୍ୟୁଜ୍: ଆଜି ଠାରୁ ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଦକ୍ଷିଣ ବାଂଲାଦେଶରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୂମାନ କରାଯାଇଛି । ଏହି ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।
ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୩୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।କେନ୍ଦୁଝର, ନୂଆପଡ଼ା, ମୟୂରଭଞ୍ଜ, କଳାହାଣ୍ଡି ଏବଂ ବଲାଙ୍ଗିର ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହ ଉପକୂଳ ଓଡ଼ିଶାର ୧୫ଟି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସହ ପବନ ବହିବାର ସମ୍ଭାବନା ରହିଛି ।