ଓଡ଼ିଆ ନ୍ୟୁଜ୍: ୬ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସମେତ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।