ଓଡ଼ିଆ ନ୍ୟୁଜ୍: ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଆସନ୍ତା ୧୩ ତାରିଖରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇପାରେ ବର୍ଷା ।
ବର୍ଷା, ପବନ ସହ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଅଧିକ । ୧୨ ଓ ୧୩ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ରାଜ୍ୟରେ ଗତ କିଛିଦିନ ହେବ ବର୍ଷା କମିଯାଇଛି। ୯ ଜିଲ୍ଲାରେ ମୌସୁମୀ ବର୍ଷା ନିଅଣ୍ଟିଆ ଅଛି ।