୪ ଦିନ ପ୍ରବଳ ଛେଚିବ!

0

ଓଡ଼ିଆ ନ୍ୟୁଜ୍: ୪ ଦିନ ପ୍ରବଳ ବର୍ଷା। ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପବନରେ ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର, ସୋମବାର ବି ଏଭଳି ପାଗ ସମ୍ଭାବନା ଅଛି । ମଙ୍ଗଳବାରଠାରୁ ବର୍ଷା ପ୍ରକୋପ କମିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.