୨୫ ଯାଏ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ଅଛି ।

ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଆଶଙ୍କା ଅଛି ।

Leave A Reply

Your email address will not be published.