ଓଡ଼ିଆ ନ୍ୟୁଜ୍:ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୪, ୨୫ରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ଭାରି ବର୍ଷା ଆଶଙ୍କା ଅଛି । ୨୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।