୨୭ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ।ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମୌସୁମୀ ବର୍ଷା ହେଉଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ଏହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼। ସେହିପରି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave A Reply

Your email address will not be published.