୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ!

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା। ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ ବର୍ଷା । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମେଘୁଆ ପାଗ ସହ ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ ।

ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ଶୁକ୍ରବାର ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

Leave A Reply

Your email address will not be published.