ଓଡ଼ିଆ ନ୍ୟୁଜ୍: ୨୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।