ଓଡ଼ିଆ ନ୍ୟୁଜ୍: ପୁଣି ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଶୁକ୍ରବାରକୁ ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ଅଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ସମ୍ଭାବ୍ୟ ଲଘୁଚାପ ୨୬ ତାରିଖବେଳକୁ ଅବପାତ ରୂପ ନେଇପାରେ ।
ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ କିଛି କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତା ୨୭ ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା ସମ୍ଭାବନା ଅଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ଶୁକ୍ରବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।