ଆରବ ସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଓଡ଼ିଆ ନ୍ୟୁଜ୍: ଆରବ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅଧିକ ଘନିଭୂତ ହୋଇ ଅବପାତରେ ପରିଣତ ହେବ । ଲଘୁଚାପ ସୃଷ୍ଟି ହେବା ପରେ ଏବେ ଠାରୁ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବିଶେଷ କରି ପଶ୍ଚିମ ଭାରତରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।

ସେହିପରି ବଙ୍ଗୋପସାଗରରେ ଆଗାମୀ ଦିନରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ମେ ୨୭ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ହେବା ସହ ଲଘୁଚାପରେ ପରିଣତ ହେବ।

Leave A Reply

Your email address will not be published.