ଆସନ୍ତା ୧୮ ଯାଏ ରାଜ୍ୟରେ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। କାଳବୈଶାଖୀ ପ୍ରଭାବରେ ୧୫ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି।୧୬ ତାରିଖରେ ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଗକୁ ବର୍ଷା ଥିବାରୁ ଆସନ୍ତା ୪ ଦିନ ରାଜ୍ୟରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

୧୭ ଓ ୧୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଶନିବାର ୩ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା। ଝାରସୁଗୁଡ଼ାରେ ୪୦.୨, ଟିଟିଲାଗଡ଼ରେ ୪୦ ଓ ସମ୍ବଲପୁରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି।

Leave A Reply

Your email address will not be published.